10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
11ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।
12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।