15ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
16ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦନ୍ତ ଘର୍ଷଣ କଲେ।
17ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।