21ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
25“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।