ଗୀତସଂହିତା 35

“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।

Psalm 35:25 (UKJV) Let them not say in their hearts, Ah, so would we have it: let them not say, We have swallowed him up.

23ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।

24ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।

25“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।

26ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।

27ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.