ଗୀତସଂହିତା 35

ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।

Psalm 35:3 (UKJV) Draw out also the spear, and stop the way against them that persecute me: say unto my soul, I am your salvation.

1ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।

2ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।

3ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।

4ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।

5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.