4ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।