10ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
11ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
12ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।