1ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।