ଗୀତସଂହିତା 36

ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।

Psalm 36:3 (UKJV) The words of his mouth are iniquity and deceit: he has left off to be wise, and to do good.

1ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।

2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।

3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।

4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।

5ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.