ଗୀତସଂହିତା 36

ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।

Psalm 36:4 (UKJV) He devises mischief upon his bed; he sets himself in a way that is not good; he detests not evil.

2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।

3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।

4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।

5ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।

6ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.