ଗୀତସଂହିତା 36

କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।

Psalm 36:9 (UKJV) For with you is the fountain of life: in your light shall we see light.

7ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।

8ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।

9କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।

10ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।

11ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.