10ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।
11ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।