ଗୀତସଂହିତା 37

କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।

Psalm 37:17 (UKJV) For the arms of the wicked shall be broken: but the LORD upholds the righteous.

15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।

16ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।

17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।

18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।

19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.