ଗୀତସଂହିତା 37

ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।

Psalm 37:23 (UKJV) The steps of a good man are ordered by the LORD: and he delights in his way.

21ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।

22କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ

23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।

24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।

25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.