25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।