ଗୀତସଂହିତା 37

ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।

Psalm 37:29 (UKJV) The righteous shall inherit the land, and dwell therein for ever.

27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।

28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।

29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।

30ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।

31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.