ଗୀତସଂହିତା 37

ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।

Psalm 37:3 (UKJV) Trust in the LORD, and do good; so shall you dwell in the land, and verily you shall be fed.

1ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।

2କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।

3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।

4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।

5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.