37ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
38ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
39ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
40ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।