3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
6ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।