ଗୀତସଂହିତା 38

ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।

Psalm 38:14 (UKJV) Thus I was as a man that hears not, and in whose mouth are no reproofs.

12ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।

13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।

14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।

15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।

16କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.