15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।