1ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
2କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
3ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
4କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।