ଗୀତସଂହିତା 38

ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।

Psalm 38:8 (UKJV) I am feeble and sore broken: I have roared by reason of the chaos of my heart.

6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।

7କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।

8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।

9ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।

10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.