7କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।