11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]
12ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
13ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”