1ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
2ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
4“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।