4“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
5ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]
6ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
7ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
8ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।