7ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
8ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
9ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
10ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]