1ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]
3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।