1ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
3ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।