ଗୀତସଂହିତା 40

କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।

Psalm 40:12 (UKJV) For innumerable evils have compassed me about: mine iniquities have taken hold upon me, so that I am not able to look up; they are more than the hairs of mine head: therefore my heart fails me.

10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।

11ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।

12କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।

13ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।

14ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.