12କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
13ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
14ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
15ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”