ଗୀତସଂହିତା 40

ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”

Psalm 40:16 (UKJV) Let all those that seek you rejoice and be glad in you: let such as love your salvation say continually, The LORD be magnified.

14ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।

15ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।

16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”

17ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.