ଗୀତସଂହିତା 40

ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

Psalm 40:4 (UKJV) Blessed is that man that makes the LORD his trust, and respects not the proud, nor such as turn aside to lies.

2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।

3ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।

4ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

5ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।

6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.