ଗୀତସଂହିତା 40

ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”

Psalm 40:8 (UKJV) I delight to do your will, O my God: yea, your law is within my heart.

6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।

7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।

8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”

9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।

10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.