ଗୀତସଂହିତା 41

ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।

Psalm 41:3 (UKJV) The LORD will strengthen him upon the bed of languishing: you will make all his bed in his sickness.

1ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।

2ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।

3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।

4ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”

5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.