ଗୀତସଂହିତା 41

ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”

Psalm 41:5 (UKJV) Mine enemies speak evil of me, When shall he die, and his name perish?

3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।

4ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”

5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”

6ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।

7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.