5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
6ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।