ଗୀତସଂହିତା 41

ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

Psalm 41:9 (UKJV) Yea, mine own familiar friend, in whom I trusted, which did eat of my bread, has lifted up his heel against me.

7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।

8ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।

9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।

11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.