9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
10ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?
11ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।