ଗୀତସଂହିତା 42

ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?

Psalm 42:2 (UKJV) My soul thirsts for God, for the living God: when shall I come and appear before God?

1ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।

2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?

3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”

4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.