ଗୀତସଂହିତା 42

ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

Psalm 42:5 (UKJV) Why are you cast down, O my soul? and why are you disquieted in me? hope you in God: for I shall yet praise him for the help of his countenance.

3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”

4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.