4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
8ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।