6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
8ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
10ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?