ଗୀତସଂହିତା 43

କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?

Psalm 43:2 (UKJV) For you are the God of my strength: why do you cast me off? why go I mourning because of the oppression of the enemy?

1ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।

2କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?

3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।

4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.