ଗୀତସଂହିତା 44

ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Psalm 44:1 (UKJV) We have heard with our ears, O God, our fathers have told us, what work you did in their days, in the times of old.

1ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

2ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।

3କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.