14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
17ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
18ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି