21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।
23ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
25କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।