ଗୀତସଂହିତା 44

ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।

Psalm 44:4 (UKJV) You are my King, O God: command deliverances for Jacob.

2ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।

3କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।

4ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।

5ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।

6ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.