ଗୀତସଂହିତା 44

ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

Psalm 44:6 (UKJV) For I will not trust in my bow, neither shall my sword save me.

4ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।

5ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।

6ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

7ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।

8ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.